Advertisment

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ପ୍ରଶଂସା କଲେ ରାଜ୍ୟପାଳ

'୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ'

author-image
Manoj Swain

ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହାସହ ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କରିଥିଲେ ରାଜ୍ୟପାଳ ରଘୁବର ଦାସ। ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଥିଲେ ରାଜ୍ୟପାଳ। ଏଥିସହ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରି ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । 

Advertisment
Odisha Assembly Budget Session Governor Raghubar Das Odisha