Advertisment

ଏଥର ବି ୬.୫%ରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ଲଗାତାର ସପ୍ତମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍।

author-image
Debibandita Barick
ଅଦ୍ୟତନ ହୋଇଛି
RBI Governor

RBI Governor

ଲଗାତାର ସପ୍ତମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ କରିନି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ (ଆରବିଆଇ)। ଫଳରେ ୬.୫ ପ୍ରତିଶତରେ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି।

Advertisment

ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରା ନୀତି(ଆରବିଆଇ କ୍ରେଡିଟ୍ ପଲିସି) ଘୋଷଣା କରିଛି। ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇନଥିବା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି।

ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (ଏମପିସି)ର ଛଅ ଜଣିଆ ସଦସ୍ୟ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର କହିଛନ୍ତି।  

Advertisment

ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର EMI ପୂର୍ବ ପରି ସମାନ ରହିଛି। 

RBI Repo Rate RBI Governor Repo Rate Unchanged Shaktikanta Das