ନୂଆଦିଲ୍ଲୀ: ରାଜପଥ ଓ ଜାହାଜ କ୍ଷେତ୍ରରେ ଅତି କମରେ ୫୦ ଲକ୍ଷ ଚାକିରି ସୃଷ୍ଟି କରିବାକୁ ସରକାର ପ୍ରତିଶୃତିବଦ୍ଧ। ଏଥିପାଇଁ ୯ ଲକ୍ଷ କୋଟି ଟଙ୍କାର ବ୍ୟାପକ ପ୍ରକଳ୍ପ ହାତକୁ ନିଆଯିବାର ଯୋଜନା କରାଯାଇଛି। ଗୁରୁବାର ଏ କଥା କହିଛନ୍ତି ସଡକ ପରିବହନ ଓ ଜାହାଜ ଚଳାଚଳ ମନ୍ତ୍ରୀ ନୀତିନ ଗଡ଼କରୀ। ନୂଆଦିଲ୍ଲୀରେ ହାଇୱେଜ୍ ଇକୁଇପମେଣ୍ଟ ଉପରେ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେବା ଅବସରରେ ସେ ଏହି କଥା କହିଥିଲେ
ଗଡକରୀ କହିଥିଲେ, ରାସ୍ତା କ୍ଷେତ୍ରରେ ୫ ଲକ୍ଷ କୋଟି ଟଙ୍କାର କାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିଭଳି ଜାହାଜ କ୍ଷେତ୍ରରେ ଏକ ଲକ୍ଷ କୋଟି ଟଙ୍କାର କାମ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଣୁ ଆସନ୍ତା ୫ ବର୍ଷରେ ଏହି ଦୁଇ କ୍ଷେତ୍ରରେ ଦେଶରେ ୫୦ ଲକ୍ଷ ଯୁବକ ଯୁବତୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆମେ ନିଶ୍ଚିତ କରୁଛୁ।
ସେ ଆହୁରି ମଧ୍ୟ କହିଥିଲେ ଯେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଯୋଗାଯୋଗ ପାଇଁ ୨୨ ହଜାର ଟଙ୍କାର ଏକ ପ୍ରକଳ୍ପ ଉପରେ ସରକାର କାର୍ଯ୍ୟ କରୁଛନ୍ତି। ଏଥିପାଇଁ ଏସିଆନ୍ ଡେଭଲପେମେଣ୍ଟ ବ୍ୟାଙ୍କ ପାଣ୍ଠି ଯୋଗାଇ ଦେବା ବୋଲି କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।