ହଂକଂ: ବିଶ୍ୱର ଅନ୍ୟ ରାଷ୍ଟ୍ର ତୁଳନାରେ ଭାରତ ବିଦେଶୀ ପୁଞ୍ଜିନିବେଶର ଉତ୍ତମ ଫେରସ୍ତ ଦେବ। ଏହାସହ ବିଦେଶୀ ପୁଞ୍ଜିନିବେଶ ଦେଶର ଭିତ୍ତିଭୂମି ଓ ଅନ୍ୟକ୍ଷେତ୍ରକୁ ଅଧିକ ମଜବୁତ କରିବାରେ ସମର୍ଥ ହେବ। ବିଦେଶୀ ନିବେଶକଙ୍କୁ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀ ରବିବାର ଏଭଳି ଆହ୍ୱାନ ଦେଇଛନ୍ତି। ପୁଞ୍ଜିନିବେଶକ ଓ ବ୍ୟବସାୟ ନେତୃବୃନ୍ଦଙ୍କୁ ଭାରତ ପ୍ରତି ଆକୃଷ୍ଟ କରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ଜେଟ୍ଲୀ କହିଛନ୍ତି । ସେ କହିଛନ୍ତି ଯେ, ସରକାର ‘ମେକ୍ ଇନ୍ ଇଣ୍ଡିଆ’ ଓ ‘ଡିଜିଟାଲ୍ ଇଣ୍ଡିଆ’ ଭଳି ପଦକ୍ଷେପ ମାଧ୍ୟମରେ ଦେଶକୁ ବ୍ୟବସାୟ ଅନୁକୂଳ କରିବାକୁ ସ୍ୱତନ୍ତ୍ର ଦୃଷ୍ଟି ଦେଉଛି। ଏହା ଭାରତର ନିର୍ମାଣ କ୍ଷେତ୍ରକୁ ତ୍ୱରାନ୍ୱିତ କରିବା ସହ ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବ। ଏବେ ଦେଶର ରେଳବାଇ, ରାଜପଥ ଓ ଶକ୍ତି ଭଳି କ୍ଷେତ୍ରରେ ବଡ଼ ଧରଣର ପୁଞ୍ଜିନିବେଶ ଆବଶ୍ୟକ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।