ପାରାଦୀପ: ପାରାଦୀପ ବନ୍ଦରକୁ ଦେଶର ଏକ ନମ୍ୱର ବନ୍ଦର ଭାବେ ଗଢି ତୋଳିବା ପ୍ରଥମ ଲକ୍ଷ୍ୟ ବୋଲି କହିଛନ୍ତି ବନ୍ଦରର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ରିଙ୍କେଶ ରାୟ। ପାରାଦୀପ ବନ୍ଦର ଏବେ ଦେଶର ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହାକୁ ଏକ ନମ୍ୱରରେ ପହଞ୍ଚାଇବା ପାଇଁ ସମସ୍ତ ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି। ଏହାଛଡା ବନ୍ଦରର ବିଭିନ୍ନ ସମସ୍ୟା ପ୍ରତି ପ୍ରାଥମିକ କ୍ଷେତ୍ରରେ ଦୃଷ୍ଟି ଦେବା ସହ ଆମଦାନୀ, ରପ୍ତାନୀ କ୍ଷେତ୍ରରେ ଉଚିତ୍ ମୂଲ୍ୟ ଧାର୍ଯ୍ୟ ଓ ପାରିପାର୍ଶ୍ୱିକ ଉନ୍ନତି ଦିଗରେ ମଧ୍ୟ ଯଥେଷ୍ଟ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି।
ଗତକାଲି ରିଙ୍କେଶ ରାୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ପୂର୍ବରୁ ପୂର୍ବତନ ଅଧ୍ୟକ୍ଷ ଏମଟି କ୍ରୀଷ୍ଣାବାବୁ ଅତିରିକ୍ତ ଭାବେ ପାରାଦୀପ ବନ୍ଦର କାର୍ଯ୍ୟ ତୁଲାଉଥିଲେ। ଗତକାଲି ସେ ରାଙ୍କେଶଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।