ନୂଆଦିଲ୍ଲୀ: ପାରାଦୀପ ବନ୍ଦରରେ ଥିବା ତିନି ଇଷ୍ଟ କ୍ୟୁଏ ବର୍ଥର ମେକାନାଇଜେସନ୍ ପ୍ରକଳ୍ପକୁ ମିଳିଲା କେନ୍ଦ୍ରର ମଞ୍ଜୁରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କେନ୍ଦ୍ର କ୍ୟାବିନେଟ୍ ଆଜି ଏ ସଂପର୍କିତ ପ୍ରସ୍ତାକବୁ ଅନୁମୋଦନ କରିଛି। ୧୪୩୭ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ଏହି ପ୍ରକଳ୍ପ ନିର୍ମାଣ କରାଯିବ। ଏଥିମଧ୍ୟରୁ ନିର୍ମାଣକାରୀ ସଂସ୍ଥା ୧୪୧୨ କୋଟି ଏବଂ ପାରାଦୀପ ପୋର୍ଟ ଟ୍ରଷ୍ଟ ୨୫ କୋଟି ଟଙ୍କା ବ୍ୟୟ କରିବେ। ଏହି ପ୍ରକଳ୍ପ ଦ୍ୱାରା ଇକ୍ୟୁର ବର୍ଥ ନମ୍ୱର ୧, ୨ ଏବଂ ୩ର କ୍ଷମତା ୭.୮୫ ମିଲିୟନ ଟନରୁ ବୃଦ୍ଧି ପାଇ ୩୦ ମିଲିୟନ ଟନ୍ ହେବ। କାମ ଆରମ୍ଭ ହେବାର ୩ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ। ଏହି ପ୍ରକଳ୍ପ କାମ ସରିବା ପରେ ପାରାଦୀପ ବନ୍ଦରରେ ତାପଜ କୋଇଲା ରପ୍ତାନୀ ପରିଚାଳନା କ୍ଷମତା ୫୦ ମିଲିୟନ ଟନକୁ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।