Advertisment

ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ୁନି ପଶ୍ଚିମବଙ୍ଗ, କିଲୋ ଛୁଇଁଲାଣି ୫୦

ଆଳୁ ଦର ଏବେ ଉପରମୁହାଁ ଥିବା ବେଳେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ୁନି ପଶ୍ଚିମବଙ୍ଗ । ସୀମାରେ ଅଟକି ରହିଛି ଶହ ଶହ ଗାଡ଼ି।

ଅଦ୍ୟତନ ହୋଇଛି
Patato

Patato

Advertisment

ଗତ କିଛି ଦିନ ଧରି ପରିବା ଦର କଲବଲ କରୁଥିବା ବେଳେ ଏବେ ରାଜ୍ୟବାସୀଙ୍କୁ ଟେନସନ୍‌ ଦେଲାଣି ଆଳୁ। ଆଳୁ ଦରରେ ଲାଗିଛି ନିଆଁ । ହୁହୁ ହୋଇ ବଢ଼ି ଚାଲିଛି ଦର। ଆଳୁ ଦର ଏବେ ହାଫ ସେଞ୍ଚରୀ ପାର୍‌ କରି ସାରିଲାଣି। ଅର୍ଥାତ କିଲୋ ପିଛା ଦାମ ୫୦ ଛୁଇଁଲାଣି।

Advertisment

ଆଳୁ ଦର ଏବେ ଉପରମୁହାଁ ଥିବା ବେଳେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ୁନି ପଶ୍ଚିମବଙ୍ଗ । ସୀମାରେ ଅଟକି ରହିଛି ଶହ ଶହ ଗାଡ଼ି। ଏପରି ସ୍ଥିତିର ମୁକାବିଲା କରିବା ନିମନ୍ତେ ଉତ୍ତରପ୍ରଦେଶରୁ ଆଳୁ ମଗାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଗତ ୫ ଦିନ ଧରି କଟକ ଛତ୍ର ବଜାରକୁ ଆଳୁ ଟ୍ରକ୍ ଆସିନି। ପ୍ରତିଦିନ କଟକ ଛତ୍ରବଜାରରୁ ୮ରୁ ୯ ଟ୍ରକ୍‌ ଆଳୁ ଆସିଥାଏ। ଆଜି ଗୋଟିଏ ଟ୍ରକ୍‌ ଆସିଛି। ଫଳରେ ଆଳୁ ନେବାକୁ ଛତ୍ରବଜାରରେ ବ୍ୟବସାୟୀଙ୍କ ମଧ୍ୟରେ ପ୍ରବଳ ଭିଡ଼ ସାଙ୍ଗକଚ ଛକାପଞ୍ଝା ଦେଖିବାକୁ ମିଳିଥିଲା।

Advertisment

କିଛି ଦିନ ପୂର୍ବେ କିଲୋ ପିଛା ୩୫ ଟଙ୍କାରେ ମିଳୁଥିବା ବେଳେ ଏବେ ତାହା ୫୦ ଟଙ୍କାରେ ପହଞ୍ଚିଛି। ଛତ୍ରବଜାରରେ ଆଳୁ କିଲୋ ପିଛା ୫୦ ଟଙ୍କା ଥିବା ବେଳେ ଖୁଚୁରା ମାର୍କେଟରେ ତାହା ୬୦ ଟଙ୍କାରେ ବିକ୍ରି ହେଉଥିବା କହିଛନ୍ତି ବ୍ୟବସାୟୀ। 

ଆଳୁର ଏ ଅହେତୁକ ଦର ବୃଦ୍ଧି ପରେ ଆଜି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ଆଇଗିଣିଆ ଆଳୁ ଗୋଦାମକୁ ଯାଇ ସ୍ଥିତି ଯାଞ୍ଚ୍ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ଯେତିକି ଆଳୁ ମହଜୁଦ ଅଛି, ତାହା ସାତ ଦିନ ଯାଏଁ ରାଜ୍ୟରେ ଆଳୁ ଚାହିଦାକୁ ପୂରଣ କରିପାରିବ। ଆବଶ୍ୟକ ପଡ଼ିଲେ ଉତ୍ତରପ୍ରଦେଶରୁ ଆମଦାନୀ କରାଯିବ ।

ଏଥିସହ ସେ ପୂର୍ବ ସରକାରଙ୍କ ଯୋଗୁଁ ମଧ୍ୟ ରାଜ୍ୟରେ ଦର ବୃଦ୍ଧି ହେଉଥିବା କହିଲେ । ଆଳୁ, ପିଆଜ ଉତ୍ପାଦନ ସହ ଶୀତଳ ଭଣ୍ଡାର ହୋଇନଥିବାରୁ ଏପରି ସ୍ଥିତି ଉପୁଜିଥିବା କହି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। 

ଆଳୁର ଏପରି ଦରବୃଦ୍ଧି ଖାଉଟିଙ୍କୁ ପ୍ରବଳ ବାଧୁଥିବା ବେଳେ କଳାବଜାରୀ କଲେ ବ୍ୟବସାୟୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମନ୍ତ୍ରୀ ପାତ୍ର। ସ୍ଥିତିର ସମୀକ୍ଷା ନିମନ୍ତେ ଆଜି ଅପରାହ୍ନ ୩ଟା ବେଳେ ଜରୁରୀ ବୈଠକ ବସିବା ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ।

ଅପରପକ୍ଷେ, ଓଡ଼ିଶାକୁ ଆଳୁ ଦେବାକୁ ବାରଣ କରିଛନ୍ତି ପଶ୍ଚିବଙ୍ଗ ସରକାର। ଆଳୁ ଟ୍ରକକୁ ସୀମା ପାର କରାଇ ଦେଉନି ପଶ୍ଚିମବଙ୍ଗ ପୁଲିସ। ପଶ୍ଚିମଙ୍ଗରେ ଏଥର ଆଳୁ ଉତ୍ପାଦନ ଆବଶ୍ୟକ ମୁତାବକ ହୋଇ ନ ଥିବା ବେଳେ ନିଜ ଆବଶ୍ୟକତା ମେଣ୍ଟାଇବାକୁ ଆଳୁ ବାହାରକୁ ଛାଡ଼ୁ ନାହାନ୍ତି ସେଠାକାର ସରକାର। 

ଫଳରେ ଶତାଧିକ ଟ୍ରକ ଏବେ ଓଡ଼ିଶା ପଶ୍ଚିମବଙ୍ଗ ସୀମା ବାଲେଶ୍ୱର ଜିଲ୍ଲା ଲକ୍ଷ୍ମଣନାଥ ଟୋଲ୍ ଗେଟ୍‌ରେ ଅଟକି ରହିଛି। ପଶ୍ଚିମବଙ୍ଗ ପଟେ ସବୁ ଟ୍ରକ୍ ଗତକାଲି ରାତିରୁ ଛିଡ଼ା ହୋଇଛି। ଓଡ଼ିଶା ଆସିବାକୁ ଅନୁମତି ମିଳୁ ନ ଥିବାରୁ ସେଠାରେ ସେମିତି ଗାଡ଼ି ଅଟକି ରହିଛି। ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀ ବିଭିନ୍ନ ଦାବି ନେଇ ଧର୍ମଘଟକୁ ଓହ୍ଲାଇଛନ୍ତି।

Odisha Price Hike
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe