କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ 'ଏକ୍ସ'ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ।
କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାବାସୀଙ୍କୁ ମିଳିବ ଲାଭ। କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ୍ ୪ ଟଙ୍କା ୪୫ ପଇସା ହ୍ରାସ ପାଇବ। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ୍ ୪ଟଙ୍କା ୩୨ ପଇସା ହ୍ରାସ ପାଇବ।
ଗନ୍ଧିପାଲିରେ ପେଟ୍ରୋଲ ୪ ଟଙ୍କା ୧୯ ପଇସା ଓ ଡିଜେଲ୍ ୩ ଟଙ୍କା ୯୭ ପଇସା, ନନ୍ଦପୁରରେ ପେଟ୍ରୋଲ ୩ ଟଙ୍କା ୭୧ ପଇସା ଓ ଡିଜେଲ୍ ୩ ଟଙ୍କା ୫୨ ପଇସା ହ୍ରାସ ପାଇବ। ମାଳିପୁଟରେ ପେଟ୍ରୋଲ ୩ ଟଙ୍କା ୬୬ ପଇସା, ଡିଜେଲ୍ ୩ ଟଙ୍କା ୪୭ ପଇସା ହ୍ରାସ ପାଇବାକୁ ଥିବା ବେଳେ ରାମଗିରିରେ ପେଟ୍ରୋଲ ୩ ଟଙ୍କା ୬୦ ପଇସା ଓ ଡିଜେଲ୍ ୩ ଟଙ୍କା ୪୦ପଇସା, ବଡ଼ସାଗରରେ ପେଟ୍ରୋଲ ୩ ଟଙ୍କା ୫୨ ପଇସା ଓ ଡିଜେଲ୍ ୩ ଟଙ୍କା ୩୩ ପଇସା,ରାଇଘରରେ ପେଟ୍ରୋଲ ୩ ଟଙ୍କା ୪୧ ପଇସା ଓ ଡିଜେଲ୍ ୩ଟଙ୍କା ୨୨ ପଇସା ଏବଂ ଝରିଗାଁରେ ପେଟ୍ରୋଲ ୩ ଟଙ୍କା ୨୫ ପଇସା ଓ ଡିଜେଲ୍ ୩ ଟଙ୍କା ୦୮ ପଇସା ହ୍ରାସ ପାଇବ।
धनतेरस के शुभ अवसर पर तेल कंपनियों द्वारा पेट्रोल पंप डीलरों को दी गई बड़ी सौगात का हार्दिक स्वागत!
— Hardeep Singh Puri (@HardeepSPuri) October 29, 2024
7 वर्षों से चली आ रही डिमांड हुई पूरी!
उपभोकताओं को मिलेंगी बेहतर सेवाएं पर पेट्रोल और डीज़ल के दामों में कोई बढ़ोतरी नहीं।
तेल कंपनियों द्वारा दूरदराज़ स्थानों (तेल विपणन… https://t.co/SbKtxzYZGR pic.twitter.com/oZDl7ulljF
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।