ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ କରିନି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(RBI)। ଅଷ୍ଟମ ଥର ପାଇଁ ରେପୋ ରେଟ୍ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଛି।
RBI ଆଜି ଏହାର ମୁଦ୍ରା ନୀତି(RBI କ୍ରେଡିଟ୍ ପଲିସି) ଘୋଷଣା କରିଛି। ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇନଥିବା ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି।
ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (MPC)ର ଛଅ ଜଣିଆ ସଦସ୍ୟକୁ ନେଇ ବୈଠକ ବସିଥିଲା। ଏଥିରେ MPC ସଦସ୍ୟମାନଙ୍କ ମଧ୍ୟରୁ ଚାରି ଜଣ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବା ଉପରେ ଭୋଟ୍ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ରେପୋ ରେଟ୍ ଅପରିବର୍ତ୍ତିତ ରଖାଯାଇଥିବା RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି।
RBIର ଏହି ଘୋଷଣା ପରେ ଭାରତୀୟ ଶେୟାର ମାର୍କେଟ ସ୍ଥିର ରହିଛି। ୭୫,୬୧୮ ପଏଣ୍ଟ ସହ ବମ୍ବେ ଷ୍ଟକ୍ ଏଜେନ୍ସି(BSE) ସେନ୍ସେକ୍ସ ୦.୭୨ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜ(NSE) ନିଫ୍ଟି ୦.୭୪ ପ୍ରତିଶତ ବୃଦ୍ଧି ହୋଇ ୨୨,୯୯୧ ପଏଣ୍ଟରେ ପହଞ୍ଚିଛି।
ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା ଫଳରେ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର EMI ପୂର୍ବ ପରି ସମାନ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।