Advertisment

କ୍ରମାଗତ ଷଷ୍ଠ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

୬.୫ରେ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି।

author-image
Debibandita Barick
ଅଦ୍ୟତନ ହୋଇଛି
RBI Governor

RBI Governor

ଏଥର ବି ଇଏମଆଇ ହ୍ରାସ ପାଇଁ ଅପେକ୍ଷା କରିଥିବା ଋଣଧାରୀ ନିରାଶ ହେଲେ। ଲଗାତାର ଷଷ୍ଠ ଥର ପାଇଁ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିଲାନି ଆରବିଆଇ। ୬. ୫ ପ୍ରତିଶତରେ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ। 

Advertisment

ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରା ନୀତି(ଆରବିଆଇ କ୍ରେଡିଟ୍ ପଲିସି) ଘୋଷଣା କରିଛି। ରେପୋ ରେଟ୍ ଏବଂ ରିଭର୍ସ ରେପୋ ରେଟରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (ଏମପିସି)ର ଛଅ ଜଣିଆ ସଦସ୍ୟ ଷଷ୍ଠ ଥର ପାଇଁ ରେପୋ ହାରକୁ ୬. ୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର କହିଛନ୍ତି।  

ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ କରିଥିଲା ଆରବିଆଇ। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର EMI ହ୍ରାସ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ନିରାଶ ହେବାକୁ ପଡିଛି।

Advertisment
RBI Repo Rate Repo Rate Unchanged