Advertisment

ରେପୋ ରେଟ୍‌ ଅପରିବର୍ତ୍ତିତ, ବଢ଼ିବନି ହୋମ୍‌ ଲୋନ୍‌ EMI

ଲଗାତର ୧୦ମ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ। ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଛି ରେପୋ ରେଟ୍‌।

author-image
Madhupriya Mistry
ଅଦ୍ୟତନ ହୋଇଛି
RBI Repo Rate

RBI Repo Rate

ବଢ଼ିବନି ହୋମ୍‌ ଲୋନ୍‌ ଇଏମ୍‌ଆଇ। ଏଥର ମଧ୍ୟ ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ଆର୍‌ବିଆଇ। ଲଗାତର ୧୦ମ ଥର ପାଇଁ ପ୍ରମୁଖ ସୁଧ ହାର ତଥା ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଜି ଏମପିସିର ନିଷ୍ପତ୍ତି ଘୋଷଣା ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି।

Advertisment

ଆରବିଆଇ ଗଭର୍ଣ୍ଣର କହିଛନ୍ତି ଯେ ଏମପିସି ବୈଠକରେ ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ରିଭର୍ସ ରେପୋ ରେଟ୍‌କୁ ୩.୩୫% ଓ ବ୍ୟାଙ୍କ ରେଟ୍‌କୁ ୬.୭୫%ରେ ସ୍ଥିର ରହିଛି। ନୀତିଗତ ଆଭିମୁଖ୍ୟକୁ ମଧ୍ୟ ନ୍ୟୁଟ୍ରଲ ରଖାଯାଇଛି। ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୬.୭ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। 

ଆରବିଆଇର ମୁଦ୍ରା ନୀତି କମିଟିର ବୈଠକ ସୋମବାର ଠାରୁ ଆରମ୍ଭ ହୋଇଛି। ଏହି ମାସ ଆରମ୍ଭରେ ସରକାର ମୁଦ୍ରା ନୀତି କମିଟି (ଏମପିସି) - ଭାରତର ରିଜର୍ଭ ବ୍ୟାଙ୍କର ରେଟ୍ ସେଟିଂ କମିଟି ପୁର୍ନଗଠନ କରିଥିଲେ। ଏଥର କମିଟି ତିନିଜଣ ନୂତନ ନିଯୁକ୍ତ ବାହ୍ୟ ସଦସ୍ୟଙ୍କ ସହ ଏହି ବୈଠକ କରିଛନ୍ତି।

Advertisment

କହିରଖୁ ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କ ଫେବୃଆରୀ ୨୦୨୩ ଠାରୁ ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଆର୍‌ବିଆଇର ଏହି ନିଷ୍ପତ୍ତି ସାମ୍ନାକୁ ଆସିବା ପରେ ସେୟାର ମାର୍କେଟରୁ ଏହାକୁ ନେଇ ସକାରାତ୍ମକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ ଇଣ୍ଡେକ୍ସ ସେନ୍ସେକ୍ସ ୫୦୦ ପଏଣ୍ଟକୁ ବୃଦ୍ଧି ପାଇଛି। ଏଥି ସହିତ, ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୧୫୦ ପଏଣ୍ଟକୁ ବଢ଼ିଛି।

Rbi Repo Rate RBI Governor