Advertisment

ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ; ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ।

ଅଦ୍ୟତନ ହୋଇଛି
Budget 2024

Budget 2024

Advertisment

ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ। ଗତକାଲି ପରି ଆଜି ବି ସରଗରମ ରହିପାରେ ଗୃହ। ବିରୋଧୀ ଦଳ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି ।

Advertisment

ଏଥିସହ ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ। ଏହାସହ  ଗୃହରେ ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ଶ୍ରମ ଓ କର୍ମଚାରୀ, ରାଜ୍ୟ ବୀମା ଓ ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନ କାଳ ରହିଛି।

ବିରୋଧୀ ଦଳ ପକ୍ଷରୁ ଦରଦାମ ବୃଦ୍ଧି ଆଉ ସରକାର ଚୁପ୍ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡ଼ି ଓ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।

Advertisment
Odisha Budget Budget 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe