Advertisment

ସରଗରମ ହେବ ବିଧାନସଭା; ଆଜି ଶୂନ୍ୟକାଳରେ ଉଠିପାରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ

ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି।

author-image
Tapaswini Nayak
Assembly

Assembly

ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନ ବେଶ୍ ସରଗରମ ରହିବା ଆଶା କରାଯାଉଛି। ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି।

Advertisment

ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ। କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ। ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି।

ଅନ୍ୟପଟେ ଓଡ଼ିଶା ବିକାଶ, ବିଶ୍ୱ ଓଡ଼ିଆ ସମ୍ମିଳନୀକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରସଙ୍ଗରେ ଭାଗନେବା ସହ ବିରୋଧୀଙ୍କ ପ୍ରଶ୍ନର ସଠିକ ମୁକାବିଲା କରିବା ପାଇଁ ବିଜେଡି ବିଧାୟକ ଦଳ ବୈଠକରେ ବିଧାୟକମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment
Budget Session 2024 Odisha Assembly