Advertisment

୧୯ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଓ ଷ୍ଟେଟ୍ ପୁଲ୍‌ରୁ ଏହି ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ଚିହ୍ନଟ ହୋଇଛନ୍ତି ବରଗଡ଼ ଜିଲ୍ଲାରେ। ଏହି ଜିଲ୍ଲାରେ ୧୪ […]

author-image
Jitendra Garnayak
୨୩ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ରିପୋର୍ଟରେ ଏହି ସୂଚନା ଦିଆଯାଇଛି।

Advertisment

୧୯ଟି ଜିଲ୍ଲାରୁ ଓ ଷ୍ଟେଟ୍ ପୁଲ୍‌ରୁ ଏହି ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ଚିହ୍ନଟ ହୋଇଛନ୍ତି ବରଗଡ଼ ଜିଲ୍ଲାରେ। ଏହି ଜିଲ୍ଲାରେ ୧୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫, ବଲାଙ୍ଗିରରୁ ୨, କଟକରୁ ଜଣେ, ଢେଙ୍କାନାଳରୁ ୨, ଗଞ୍ଜାମରୁ ଜଣେ, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୫, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ଜଣେ, ପୁରୀରୁ ୩, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୫ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଦେବଗଡ଼, ଗଜପତି, ଯାଜପୁର, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୭୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୩,୪୫୧ ଜଣ ସୁସ୍ଥ ହୋଇସାରିଛନ୍ତି। ୭୬୦ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏଯାବତ୍ କରୋନା ଯୋଗୁ ରାଜ୍ୟରେ ୧,୯୧୦ ଜଣଙ୍କ ମୃତ୍ୟୁ ହୋଇସାରିଛି।