Advertisment

ରାଜ୍ୟରୁ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, […]

ରାଜ୍ୟରୁ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona-01

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୦ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡ଼ରୁ ୮, କଟକରୁ ୯, ଦେବଗଡ଼ରୁ ୨, ଗଜପତିରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୮, ପୁରୀରୁ ୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ମାତ୍ର ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୦୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୯୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୧,୮୨୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୧୭୫ ଚିକିତ୍ସାଧୀନ ରହିଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୬ରେ ପହଞ୍ଚିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe