Advertisment

୧୯ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଓ ଷ୍ଟେଟ୍‌ ପୁଲ୍‌ରୁ ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୪ ଜଣ, […]

author-image
Jitendra Garnayak
ଅଦ୍ୟତନ ହୋଇଛି
୧୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ରାଜଧାନୀରେ ଗଲା ଆଉ ଜଣଙ୍କ ଜୀବନ

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୧୯ଟି ଜିଲ୍ଲାରୁ ଓ ଷ୍ଟେଟ୍‌ ପୁଲ୍‌ରୁ ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୪ ଜଣ, ବରଗଡ଼ରୁ ୮, ଭଦ୍ରକରୁ ୩, ବଲାଙ୍ଗିରରୁ ୬, କଟକରୁ ୯, ଗଜପତିରୁ ୩, ଗଞ୍ଜାମରୁ ଜଣେ, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧା ୮, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୧୧, ପୁରୀରୁ ଜଣେ ଓ ସୁନ୍ଦରଗଡ଼ରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, କେନ୍ଦୁଝର, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

Advertisment

୧୧୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୧,୫୩୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୨୮୬ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୬ରେ ପହଞ୍ଚିଛି।