Advertisment

୧୯ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ନୂଆ କରୋନା ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଅଛନ୍ତି। ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା […]

ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା

Coronavirus

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୧୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ନୂଆ କରୋନା ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭, ବରଗଡ଼ରୁ ୧୧, ବଲାଙ୍ଗିରରୁ ୩, କଟକରୁ ୭, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୨, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୮, ପୁରୀରୁ ୮, ରାୟଗଡ଼ାରୁ ୩, ସମ୍ବଲପୁରରୁ ୪ ଓ ସୋନପୁରରୁ ଜଣେ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୧୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୧,୯୬୨ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୧୫୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୬ ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe