Advertisment

୧୨ ଜିଲ୍ଲାରୁ ନାହାନ୍ତି ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ୧୮ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୦ ଜଣ […]

author-image
Jitendra Garnayak
୧୯ ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ୧୮ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୬, ଭଦ୍ରକରୁ ୫, ବଲାଙ୍ଗିରରୁ ୨, କଟକରୁ ୩, ଦେବଗଡ଼ରୁ ଜଣେ, ଗଞ୍ଜାରୁ ୪, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୬, ପୁରୀରୁ ୧୭, ସମ୍ବଲପୁରରୁ ୨୩ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ମାତ୍ର ଜଣେ ଚିହ୍ନଟ ହୋଇଥିବା ବେଳେ ୧୨ଟି ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ବୌଦ୍ଧ, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା।

Advertisment

୧୨୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୫୬୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୯,୮୦୧ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୮୧୦ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବରଗଡ଼ ଜିଲ୍ଲାର। ତାଙ୍କୁ ମିଶାଇ ଏହି ଜିଲ୍ଲାରେ କରୋନାରେ ୪୨ ଜଣଙ୍କ ଜୀବନ ଗଲାଣି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୨ରେ ପହଞ୍ଚି ଯାଇଛି।