Advertisment

୨୩ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬ ଜିଲ୍ଲାରୁ ଜଣେ ଲେଖାଏ ଅଛନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୪ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ୬ଟି ଜିଲ୍ଲାରୁ ଜଣେ ଲେଖାଏ ନୂଆ କରୋନା ଆକ୍ରାନ୍ତ […]

ଅଦ୍ୟତନ ହୋଇଛି
୨୩ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬ ଜିଲ୍ଲାରୁ ଜଣେ ଲେଖାଏ ଅଛନ୍ତି

coronavirus-an-1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୪ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ୬ଟି ଜିଲ୍ଲାରୁ ଜଣେ ଲେଖାଏ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦୁଇଟି ଜିଲ୍ଲାରୁ ୨ ଜଣ ଲେଖାଏ ଚିହ୍ନଟ ହୋଇଥିବା ବେଳେ ୨ଟି ଜିଲ୍ଲାରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ଜଣେ, କଟକରୁ ୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରେ ୧୪ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ବଲାଙ୍ଗିର, ଗଜପତି, କନ୍ଧମାଳ, ମାଲକାନଗିରି, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୩୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୫୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୦,୭୫୭ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୪୩୬ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୪ରେ ପହଞ୍ଚିଛି। ମୃତକ ଜଣଙ୍କ ଖୋର୍ଦ୍ଧାର। ଏହା ସହିତ ଏହି ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୫ରେ ପହଞ୍ଚି ଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe