Advertisment

୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ଆକ୍ରାନ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧, […]

author-image
Jitendra Garnayak
ଅଦ୍ୟତନ ହୋଇଛି
୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona-8-1

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୧ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ଆକ୍ରାନ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡ଼ରୁ ୯, ଭଦ୍ରକରୁ ୮, ବଲାଙ୍ଗିରରୁ ୩, ବୌଦ୍ଧରୁ ଜଣେ, କଟକରୁ ୯, ଢେଙ୍କାନାଳରୁ ଜଣେ, ଗଜପତିରୁ ୩, ଜଗତସିଂହପୁରରୁ ୫, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୧୨, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ପୁରୀରୁ ୧୮, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୫୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୩୦,୫୪୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୫୧୯ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୩ ହୋଇଛି।