Advertisment

୨୨ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ତଳକୁ ରହିଛି। ଆଜି ଆସିଥିବା ରିପୋର୍ଟରେ ରାଜ୍ୟରେ ୧୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଛି। ସେମାନଙ୍କ ମଧ୍ୟରୁ ୧୦୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ତଥ୍ୟ ଅନୁଯାୟୀ, ୨୨ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ […]

author-image
Jitendra Garnayak
ଅଦ୍ୟତନ ହୋଇଛି
କରୋନା ନେଲା ଆଉ ୪ ଜୀବନ, ସମସ୍ତେ ପଶ୍ଚିମ ଓଡ଼ିଶାର

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ତଳକୁ ରହିଛି। ଆଜି ଆସିଥିବା ରିପୋର୍ଟରେ ରାଜ୍ୟରେ ୧୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଛି। ସେମାନଙ୍କ ମଧ୍ୟରୁ ୧୦୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୫ଟି ହେଉଛି ଲୋକାଲ୍ କେସ୍‌।

Advertisment

ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ତଥ୍ୟ ଅନୁଯାୟୀ, ୨୨ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭, ବରଗଡ଼ରୁ ୧୦, ଭଦ୍ରକରୁ ୪, ବଲାଙ୍ଗିରରୁ ୫, କଟକରୁ ୪, ଦେବଗଡ଼ରୁ ୨, ଗଜପତିରୁ ୩, ଗଞ୍ଜାମରୁ ୩, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୫, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୧୬, ପୁରୀରୁ ୧୯, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୪ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ମାତ୍ର ଜଣେ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ଚିହ୍ନଟ ହୋଇ ନାହାନ୍ତି।

୧୭୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୧୨୭ରେ ପହଞ୍ଚି ଯାଇଛି। ୩,୨୯,୦୮୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨,୦୮୭ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ସୁନ୍ଦରଗଡ଼ ଜିଲ୍ଲାର ବାସିନ୍ଦା ଥିଲେ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୯୯ରେ ପହଞ୍ଚିଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂଖ୍ୟା ୧୭୧ରେ ପହଞ୍ଚିଛି।