Advertisment

ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ, ୭ଟି ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଆଉ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନଙ୍କୁ […]

ଅଦ୍ୟତନ ହୋଇଛି
ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ, ୭ଟି ଜିଲ୍ଲାରୁ କେହି ନାହାନ୍ତି

Corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଆଉ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୩୪ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ଭଦ୍ରକରୁ ୩, ବଲାଙ୍ଗିରରୁ ୧୪, ବୌଦ୍ଧରୁ ଜଣେ, କଟକରୁ ୯, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪ , କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୯, ସମ୍ବଲପୁରରୁ ୯, ସୋନପୁରରୁ ୩ ଓ ସୁନ୍ଦରଗଡ଼ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତି, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୯୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୬୯୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୬,୫୦୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୨୪୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୭ରେ ପହଞ୍ଚି ଯାଇଛି।

ସୂଚନାଯୋଗ୍ୟ, ଗତ ଦୁଇ ଦିନ ଧରି ରାଜ୍ୟରେ ଯଥାକ୍ରମେ ୧୮୩ ଓ ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ପଢ଼ନ୍ତୁ : ଫାଇଜର ଟିକା ନେଇଥିଲେ ସ୍ୱାସ୍ଥ୍ୟ କର୍ମୀ, ନୂଆ ବର୍ଷରେ ଆଖି ବୁଜିଲେ

Corona In Odisha Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe