Advertisment

୨୩ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୬ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲାରୁ ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରେ ସବୁଠୁ ଅଧିକ ୩୦ ଜଣ ଅଛନ୍ତି। ଅନୁଗୋଳରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, […]

author-image
Jitendra Garnayak
ଅଦ୍ୟତନ ହୋଇଛି
ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

COrona-5-2

ଭୁବନେଶ୍ୱର: ରାଜ୍ୟରେ ୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୬ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୩ଟି ଜିଲ୍ଲାରୁ ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରେ ସବୁଠୁ ଅଧିକ ୩୦ ଜଣ ଅଛନ୍ତି।

ଅନୁଗୋଳରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୭, ଭଦ୍ରକରୁ ୨, ବଲାଙ୍ଗିରରୁ ୧୮, ବୌଦ୍ଧରେ ୨, କଟକରୁ ୧୨, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୫, ଯାଜପୁରରୁ ୧୫ , ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୧, ପୁରୀରୁ ୧୦, ସମ୍ବଲପୁରରୁ ୧୫ ଓ ସୋନପୁରରୁ ୪ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା, ନୟାଗଡ଼, ମାଲକାନଗିରି, ଢେଙ୍କାନାଳ, ଗଜପତି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୨୩୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୧୫୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୭,୦୦୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୨୦୨ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୮ରେ ପହଞ୍ଚିଛି।

Corona Report