Advertisment

୨୪ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମ ସମେତ ୬ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୪ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ। ଏହି ଜିଲ୍ଲାରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୪ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ତଳମୁହାଁ କରୋନା ଗ୍ରାଫ; ରାଜ୍ୟରେ ଚିହ୍ନଟ ହେଲେ ୭୭୮ ଆକ୍ରାନ୍ତ

corona-2.4

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୪ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ। ଏହି ଜିଲ୍ଲାରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୪ ଓ ଅନୁଗୋଳରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱରରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ଭଦ୍ରକରୁ ୬, ବଲାଙ୍ଗିରରୁ ୯, ବୌଦ୍ଧରୁ ଜଣେ, କଟକରୁ ୧୫, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଜଗତସିଂହପୁରରୁ ୪, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝର ଜଣେ, ଖୋର୍ଦ୍ଧାରୁ ୧୯, ମୟୂରଭଞ୍ଜରୁ ୧୭, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ରାୟଗଡ଼ାରୁ ଜଣେ ଓ ସୋନପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ସମେତ ୬ଟି ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ଅନ୍ୟ ଜିଲ୍ଲା ଗୁଡ଼ିକ ହେଉଛି- ଗଜପତି, ମାଲକାନଗିରି, ନବରଙ୍ଗପୁର, ପୁରୀ ଓ କୋରାପୁଟ।

୨୪୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୪୩୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨,୫୦୫ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନାରେ ଏଯାବତ୍ ୧,୮୭୬ ଜଣଙ୍କର ମୃତ୍ୟୁ ଘଟିଛି।