Advertisment

୨୨ଟି ଜିଲ୍ଲାରୁ ଚିହ୍ନଟ ହେଲେ ନୂଆ ଆକ୍ରାନ୍ତ, ବାକି ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟରୁ ଏହା ଜଣାପଡ଼ିଛି। ୨୨ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ମଧ୍ୟରୁ ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ଅଛନ୍ତି। ଏହି ଜିଲ୍ଲାରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ […]

ଅଦ୍ୟତନ ହୋଇଛି
ରାଜ୍ୟରେ ୧୭ ଶହ ଡେଇଁଲା କରୋନା ମୃତ୍ୟୁ ସଂଖ୍ୟା

1-corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟରୁ ଏହା ଜଣାପଡ଼ିଛି।

Advertisment

୨୨ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ମଧ୍ୟରୁ ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ଅଛନ୍ତି। ଏହି ଜିଲ୍ଲାରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୪ ଓ ଅନୁଗୋଳ ଜିଲ୍ଲାରୁ ୩୧ ଜଣ ଅଛନ୍ତି।

ବାଲେଶ୍ୱରରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୩, କଟକରୁ ୪, ଦେବଗଡ଼ରୁ ୪, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୧୪, ଝାରସୁଗୁଡ଼ୁରାରୁ ୧୩, କେନ୍ଦ୍ରାପଡ଼ାରୁ ୮, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୫, ମୟୂରଭଞ୍ଜରୁ ୪, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୨୩, ପୁରୀରୁ ୧୨ ଓ ସୋନପୁରରୁ ଜଣେ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ, ଗଜପତି, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୨୫୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୭୩୩ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୪୫୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ ୧,୮୮୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିସାରିଲାଣି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe