Advertisment

ରାଜ୍ୟର ୨୯ଟି ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ସର୍ବାଧିକ ୩୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ […]

ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା

1-corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ସର୍ବାଧିକ ୩୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

ଅନୁଗୋଳରୁ ୨୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨, ବରଗଡ଼ରୁ ୧୯, ଭଦ୍ରକରୁ ୬, ବଲାଙ୍ଗିରରୁ ୯, ବୌଦ୍ଧରୁ ୨, କଟକରୁ ୨୪, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ, ଗଜପତିରୁ ୧୮, ଗଞ୍ଜାମରୁ ୫, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୧୧, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୨, ନୂଆପଡ଼ାରୁ ୮, ପୁରୀରୁ ୯, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୯ ଓ ସୋନପୁରରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୨୬୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୮୬୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୨୭,୮୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୧୧୫ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୯୧ ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe