୨୨ ବର୍ଷୀୟ ଯୁବକଙ୍କ ସମେତ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୭୬ରେ ପହଞ୍ଚିଯାଇଛି। ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ତାଙ୍କୁ ୬୦ ବର୍ଷ ହୋଇଥିଲା ଓ ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। କଟକ ଜିଲ୍ଲାରୁ ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ସେ ଡାଇବେଟିସ୍‌ରେ ମଧ୍ୟ […]

coronavirus-an-1

coronavirus-an-1

Jitendra Garnayak
  • Published: Friday, 01 January 2021
  • Updated: 01 January 2021, 01:57 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୭୬ରେ ପହଞ୍ଚିଯାଇଛି।

୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ତାଙ୍କୁ ୬୦ ବର୍ଷ ହୋଇଥିଲା ଓ ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। କଟକ ଜିଲ୍ଲାରୁ ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ସେ ଡାଇବେଟିସ୍‌ରେ ମଧ୍ୟ ପୀଡ଼ିତ ଥିଲେ।
ନବରଙ୍ଗପୁରର ଜଣେ ୨୨ ବର୍ଷୀୟ ଯୁବକଙ୍କର ମୃତ୍ୟୁ ଘଟିଛି। ତାଙ୍କର ଅନ୍ୟ କୌଣସି ସ୍ୱାସ୍ଥ୍ୟଜନିତ ସମସ୍ୟା ନଥିଲା।

ଭୁବନେଶ୍ୱରରେ ଆଉ ଜଣଙ୍କ ମୃତ୍ୟୁ ଘଟିବା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତକଙ୍କ ସଂଖ୍ୟା ୩୨୪ ହୋଇଛି। ସେହିପରି କଟକ ଜିଲ୍ଲାରେ ଏହି ସଂଖ୍ୟା ୧୩୯ ଓ ନବରଙ୍ଗପୁରରେ ୧୪ରେ ପହଞ୍ଚିଛି।

ଅନ୍ୟପକ୍ଷରେ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ୨୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କିନ୍ତୁ ଗଞ୍ଜାମ ସମେତ ୬ଟି ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୪୩୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨,୫୦୫ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos