Advertisment

୩୦୦କୁ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୦୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୬ଟି ଲୋକାଲ୍ କେସ୍‌। ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୧, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୧୨, କଟକରୁ ୨୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩, […]

author-image
Jitendra Garnayak
୩୦୦କୁ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪ ଜିଲ୍ଲାରୁ କେହି ନାହାନ୍ତି

corona-vvirus

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୦୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୬ଟି ଲୋକାଲ୍ କେସ୍‌।

Advertisment

ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୧, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୧୨, କଟକରୁ ୨୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୧, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୬, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୨, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୧, ପୁରୀରୁ ୧୯, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ ଓ ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଗଜପତି, କନ୍ଧମାଳ ଓ ମାଲକାନଗିରିରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

୩୦୦ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୩୮୯ରେ ପହଞ୍ଚିଥିବା ବେଳେ ୩,୧୯,୪୫୮ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୬୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୧,୮୧୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।