Advertisment

୨୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୪ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୭ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସର୍ବାଧିକ ହେଉଛନ୍ତି କଟକ ଜିଲ୍ଲାର। ଏହି ଜିଲ୍ଲାରୁ ୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ […]

ଅଦ୍ୟତନ ହୋଇଛି
ରାଜ୍ୟରେ କରୋନାରେ ଆଉ ୧୭ ଆଖି ବୁଜିଲେ

corona-1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୪ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୨୭ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ସର୍ବାଧିକ ହେଉଛନ୍ତି କଟକ ଜିଲ୍ଲାର। ଏହି ଜିଲ୍ଲାରୁ ୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫, ବରଗଡ଼ରୁ ୧୪, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୪୦, ଦେବଗଡ଼ର୨, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୨୪, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୪, ନୂଆପଡ଼ାରୁ ୨୬, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୬, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଗଜପତି ଓ କନ୍ଧମାଳରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୩୧୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୧୦୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨,୫୯୨ ଜଣ ଚିକିତ୍ସାଧୀନ କରନ୍ତି। ସେହିପରି ରାଜ୍ୟରେ କରୋନା ଯୋଗୁ ୧,୮୭୩ ଜଣଙ୍କର ମୃତ୍ୟୁ ଘଟି ସାରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe