Advertisment

ପୁଣି ୩୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୬ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ଆସିଥିବା ରିପୋର୍ଟରେ ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ତଳକୁ ଖସିଥିବା ବେଳେ ଆଜି ପୁଣି ତିନି ଶହ ଉପରେ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୩୨୫ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୮ଟି ହେଉଛି ଲୋକାଲ୍ କେସ୍‌। ୨୪ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ […]

ଅଦ୍ୟତନ ହୋଇଛି
ପୁଣି ୩୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୬ ଜିଲ୍ଲାରୁ କେହି ନାହାନ୍ତି

corona-5

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ଆସିଥିବା ରିପୋର୍ଟରେ ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ତଳକୁ ଖସିଥିବା ବେଳେ ଆଜି ପୁଣି ତିନି ଶହ ଉପରେ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୩୨୫ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୮ଟି ହେଉଛି ଲୋକାଲ୍ କେସ୍‌।

Advertisment

୨୪ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ବରଗଡ଼ରୁ ୧୮, ଭଦ୍ରକରୁ ୪, ବଲାଙ୍ଗିରରୁ ୧୨, କଟକରୁ ୧୯, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୭, ଝାରସୁଗୁଡ଼ାରୁ ୧୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୧, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୪, ନୂଆପଡ଼ାରୁ ୧୮, ପୁରୀରୁ ୪, ସମ୍ବଲପୁରରୁ ୨୧, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ୬ଟି ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ବୌଦ୍ଧ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ।

Advertisment

୩୨୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ବେଳେ ୩,୨୨,୯୭୨ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୯୮୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ରାଜ୍ୟରେ କରୋନାରେ ୧,୮୫୩ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe