Advertisment

୩୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦୁଇ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୧ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ରୁ ସର୍ବାଧିକ ୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ୪୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରରୁ ୨୩, ବରଗଡ଼ରୁ […]

ଅଦ୍ୟତନ ହୋଇଛି
କମୁଛି କରୋନା କୋପ, ଦେଶରେ ଦିନକରେ ୫୩, ୩୭୦ ଆକ୍ରାନ୍ତ ଚିହ୍ନଟ

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୧ଟି ହେଉଛି ଲୋକାଲ୍ କେସ୍‌।

Advertisment

ସୁନ୍ଦରଗଡ଼ରୁ ସର୍ବାଧିକ ୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ୪୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରରୁ ୨୩, ବରଗଡ଼ରୁ ୧୯, ଭଦ୍ରକରୁ ୫, ବଲାଙ୍ଗିରରୁ ୬, ବୌଦ୍ଧରୁ ୪, କଟକରୁ ୨୨, ଦେବଗଡ଼ରୁ ୨, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୮, କଳାହାଣ୍ଡିରୁ ୧୯, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୭, କୋରାପୁଟରୁ ଜଣେ, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୦, ପୁରୀରୁ ୨୨, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୪ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ଏହା ସହିତ ଷ୍ଟେଟ୍‌ ପୁଲ୍‌ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଗଜପତି ଓ କନ୍ଧମାଳ ଜିଲ୍ଲାରୁ ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

Advertisment

୩୪୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୯୧୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୧୬,୪୪୭ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୬୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ରାଜ୍ୟରେ ୧୭୮୪ ଜଣଙ୍କ ମୃତ୍ୟୁ ଘଟିଲାଣି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe