Advertisment

୩୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜିଲ୍ଲାରେ କେହି ନାହାନ୍ତି

ଭୁବନେଶ୍ବର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୬୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ ଜଣ କ୍ବାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, […]

author-image
Jitendra Garnayak
ଅଦ୍ୟତନ ହୋଇଛି
୩୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜିଲ୍ଲାରେ କେହି ନାହାନ୍ତି

corona-8-1

ଭୁବନେଶ୍ବର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୩୬୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ ଜଣ କ୍ବାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଅନୁଗୋଳ ଜିଲ୍ଲାରୁ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗିରରୁ ୧୮, କଟକରୁ ୨୬, ଦେବଗଡ଼ରୁ ୧, ଢେଙ୍କାନାଳରୁ ୪, ଗଞ୍ଜାମରୁ ୬, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ୬, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୨୨, କୋରାପୁଟରୁ ୪, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୪, ନୟାଗଡ଼ରୁ ୫, ନୂଆପଡ଼ାରୁ ୫, ପୁରୀରୁ ୧୮, ରାୟଗଡ଼ାରୁ ୨ ଓ ସମ୍ବଲପୁରରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତଅନ୍ୟପକ୍ଷରେ ବୌଦ୍ଧ, ଗଜପତି, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ କେହି ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

୩୬୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚି ଯାଇଥିବା ବେଳେ ୩,୧୫,୮୪୦ ସୁସ୍ଥ ହୋଇସାରିଛନ୍ତି। ୩,୮୯୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନାରେ ରାଜ୍ୟରେ ୧୭୭୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Advertisment

Corona Report