Advertisment

୨୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୭୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୮ଟି ହେଉଛି ଲୋକାଲ୍ କେସ୍‌। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୩, […]

author-image
Jitendra Garnayak
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮ଶହ ଟପିଲା

corona-1

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୭୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୮ଟି ହେଉଛି ଲୋକାଲ୍ କେସ୍‌।

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୩, କଟକରୁ ୨୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୭, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୮, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୮, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୪, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୩, ନୂଆପଡ଼ାରୁ ୧୨, ପୁରୀରୁ ୨୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୮ ଓ ସୁନ୍ଦରଗଡ଼ରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ, ସୋନପୁର ଓ ଭଦ୍ରକ ଜିଲ୍ଲାରୁ କେହି ଚିହ୍ନଟ ହୋଇନାହାନ୍ତି।

Advertisment

୩୭୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୨୩୩ରେ ପହଞ୍ଚିଥିବା ବେଳେ ୩,୨୧,୩୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୩୫ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬ରେ ପହଞ୍ଚିଯାଇଛି।