Advertisment

ପୁଣି ୪୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୩ଟି ଜିଲ୍ଲାରେ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ୩୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୨ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ବୌଦ୍ଧ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ହେଲେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଅନୁଗୋଳ […]

ଅଦ୍ୟତନ ହୋଇଛି
୨୪ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ୩୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୨ଟି ହେଉଛି ଲୋକାଲ୍ କେସ୍‌।

Advertisment

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ବୌଦ୍ଧ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ହେଲେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ଅନୁଗୋଳ ଜିଲ୍ଲାରୁ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରରୁ ୧୬, ବରଗଡ଼ରୁ ୧୧, ଭଦ୍ରକରୁ ୯, ବଲାଙ୍ଗିରରୁ ୨, କଟକରୁ ୧୮, ଦେବଗଡ଼ରୁ ୨, ଢେଙ୍କାନାଳରୁ ୩, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୭, କେନ୍ଦୁଝରରୁ ୧୩, କୋରାପୁଟରୁ ୮, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୫, ନୟାଗଡ଼ରୁ ୬, ନୂଆପଡ଼ାରୁ ୧୪, ପୁରୀରୁ ୧୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୮, ସୋନପୁରରୁ ୪ ଓ ସୁନ୍ଦରଗଡ଼ରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୩୭୭ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚି ଯାଇଛି। ତେବେ ସେମାନଙ୍କ ମଧ୍ୟରୁ ୩,୧୪,୦୨୩ ସୁସ୍ଥ ହୋଇସାରିଥିବା ବେଳେ ୪,୫୫୮ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି କରୋନାରେ ଆକ୍ରାନ୍ତଙ୍କ ହୋଇ ୧୭୬୦ ଜଣଙ୍କ ମୃତ୍ୟୁ ଘଟିଛି।

Corona
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe