Advertisment

ପୁଣି ୪୦୦ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୯  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୪ ଟି ହେଉଛି ଲୋକାଲ୍ କେସ୍‌। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ଜଣ ଚିହ୍ନଟ ହୋଇଛନ୍ତି। ତେବେ ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାରୁ କେହି ଚିହ୍ନଟ ହୋଇନାହାନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୪୫ ଜଣ ଚିହ୍ନଟ […]

ଅଦ୍ୟତନ ହୋଇଛି
୧୯ ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଏହି  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୯  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୪ ଟି ହେଉଛି ଲୋକାଲ୍ କେସ୍‌। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ଜଣ ଚିହ୍ନଟ ହୋଇଛନ୍ତି। ତେବେ ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାରୁ କେହି ଚିହ୍ନଟ ହୋଇନାହାନ୍ତି।

ସୁନ୍ଦରଗଡ଼ ଜିଲ୍ଲାରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୫, ବାଲେଶ୍ୱରରୁ ୧୧, ବରଗଡ଼ରୁ ୯, ଭଦ୍ରକରୁ ୯, ବଲାଙ୍ଗିରରୁ ୨୩, କଟକରୁ ୨୫, ଦେବଗଡ଼ରୁ ୧୭, ଢେଙ୍କାନାଳରୁ ୬, ଗଜପତିରୁ ଜଣେ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୧, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୨୭, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୪୯, କୋରାପୁଟରୁ ୭, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୩୨, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪, ନୂଆପଡ଼ାରୁ ୧୨, ପୁରୀରୁ ୧୮, ରାୟଗଡ଼ାରୁ ୨ ଓ ସମ୍ବଲପୁରରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୩୯୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ବେଳେ ୩,୧୫,୨୭୦ ଜଣ ସୁସ୍ଥ ହୋଇସାରିଛନ୍ତି। ୪,୧୦୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଏଯାଏ ୧୭୭୧ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଚଳିତ ମାସରେ କୌଣସି ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପି ନାହିଁ। ଡିସେମ୍ବର ୧ର ରିପୋର୍ଟ ଅନୁସାରେ ଏହି ସଂଖ୍ୟା ସେଦିନ ୪୮୦ ରହିଥିଲା। ସେହିପରି ଡିସେମ୍ବର ୨ରେ ୪୩୪, ୩ରେ ୩୭୭ ଓ ୪ ତାରିଖରେ ୪୦୯ ରହିଥିଲା।

Corona
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe