Advertisment

୧୬ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ଟିରେ ଦୁଇ ଅଙ୍କରୁ କମ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୬ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୧୫ଟି ଜିଲ୍ଲାରୁ ଏହି […]

ପୁଣି ଖସିଲା କରୋନା ଗ୍ରାଫ୍‌; ରାଜ୍ୟରେ ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୧୬ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୧୫ଟି ଜିଲ୍ଲାରୁ ଏହି ସଂଖ୍ୟା ଦୁଇ ଅଙ୍କ ଛୁଇଁନି।

ଅନୁଗୋଳ ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୨, ଦେବଗଡ଼ରୁ ୨, ଗଞ୍ଜାମରୁ ଜଣେ, ଯାଜପୁରରୁ ୫, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୭, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନୂଆପଡ଼ାରୁ ୩ ଓ ପୁରୀରୁ ୬ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ଷ୍ଟେଟ୍‌ ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଢେଙ୍କାନାଳ, କଟକ, ଗଜପତି, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୫୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୦୪୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୩,୨୮୦ ଜଣ ସୁସ୍ଥ ହୋଇସାରିଛନ୍ତି। ୭୯୯ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି ରାଜ୍ୟରେ ୧,୯୧୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

Corona Report Corona Cases In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe