corrona-5
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାଜନିତ ମୃତ୍ୟୁ ଗ୍ରାଫ୍ କ୍ରମାଗତ ଭାବେ କମିବା ପରେ ଆଜି ଏହା ସାମାନ୍ୟ ଉପରମୁହାଁ ହୋଇଥିବା ଜଣାଯାଇଛି। ଗତକାଲି ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୭ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
୭ ମୃତକ ପୁରୁଷ ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କଟକରେ କେବଳ ୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ପୁରୀ, ସୁନ୍ଦରଗଡ଼, ବାଲେଶ୍ୱର ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
କଟକରେ ଆଖି ବୁଜିଥିବା ୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବୟସ ୭୪ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣେ ୬୪ ବର୍ଷୀୟ ବୃଦ୍ଧ ବୋଲି ଜଣାପଡ଼ିଛି।
ଏହାବ୍ୟତୀତ ପୁରୀରୁ ଜଣେ ୫୦ ବର୍ଷ ବୟସ୍କ ବ୍ୟକ୍ତିଙ୍କ ସମେତ, ସୁନ୍ଦରଗଡ଼ ଜିଲ୍ଲାରୁ ୬୩ ବର୍ଷ ବୟସ୍କ ବୃଦ୍ଧ . ଜଗତସିଂହପୁର ଜିଲ୍ଲାରୁ ୫୯ ବର୍ଷ ବୟସ୍କ ବ୍ୟକ୍ତି ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ୫୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/12/corrona-5.jpg)