corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୯୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୯ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୯୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୨୦ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨, ବରଗଡ଼ରୁ ୪, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୨, କଟକରୁ ୧୧, ଦେବଗଡ଼ରୁ ୫, ଗଞ୍ଜାମରୁ ଜଣେ, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୪, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୫, ପୁରୀରୁ ୯ ଓ ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଛନ୍ତି।
ଷ୍ଟେଟ୍ ପୁଲ୍ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଗଜପତି, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ବି ଚିହ୍ନଟ ହୋଇ ନାହାନ୍ତି।
୯୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୯୮୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୩,୨୨୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ୮୦୧ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି ରାଜ୍ୟରେ ୧,୯୧୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/corona-v-6.jpg)