corona-121-1
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୨୫ରେ ପହଞ୍ଚି ଯାଇଛି।
୫ ମୃତକଙ୍କ ମଧ୍ୟରୁ ୨ ଜଣ ସୁନ୍ଦରଗଡ଼ରୁ ହୋଇଥିବା ବେଳେ ବାଲେଶ୍ୱର, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି।
ଆଉ ୨ ଜଣଙ୍କ ମୃତ୍ୟୁ ସହିତ ସୁନ୍ଦରଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୮ରେ ପହଞ୍ଚି ଯାଇଛି। ସେହିଭଳି ବାଲେଶ୍ୱରରେ ଏହି ସଂଖ୍ୟା ୯୦ରେ ପହଞ୍ଚିଥିବା ବେଳେ ଜଗତସିଂହପୁରରେ ୩୬ ଓ ପୁରୀରେ ୧୧୧ର ହୋଇଛି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୧୪୭ରେ ପହଞ୍ଚିଥିବା ବେଳେ ୩,୨୦,୨୦୮ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୬୧ ଜଣ ଚିକିତ୍ସାଧୀନ ରହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/08/corona-121-1-1.jpg)