coona-1
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଗାତର କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଗତକାଲି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଆଜି ମଧ୍ୟ ସେହି ସଂଖ୍ୟା ସମାନ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ନୟାଗଡ଼, ନୂଆପଡ଼ା ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/12/coona-1.jpg)