/odisha-reporter/media/post_attachments/uploads/2021/01/corona-8.jpg)
corona
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାଜ୍ୟରେ ୧୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁଣି ଥରେ ତଳମୁହାଁ କରୋନା ଗ୍ରାଫ। ରାଜ୍ୟରେ ୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୮ ହେଉଛି ଲୋକାଲ୍ କେସ୍। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫ , ବରଗଡ଼ରୁ ୧୪ , ବୌଦ୍ଧରୁ୨, ବଲାଙ୍ଗିରରୁ ୨ , କଟକରୁ ୯ , ଦେଓଗଡ଼ରୁ ଜଣେ, ଜଗତସିଂହପୁରରୁ ଜଣେ , ଯାଜପୁରରୁ ୩ ଚିହ୍ନଟ ହୋଇଛନ୍ତି।
ଏହାବ୍ୟତୀତ ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୪, କେନ୍ଦୁଝରରୁ୬, କେନ୍ଦ୍ରାପଡ଼ାରୁ , ଖୋର୍ଦ୍ଧାରୁ ୬, କୋରାପୁଟରୁ ଜଣେ , ମୟୂରଭଞ୍ଜରୁ ୨ , ନୂଆପଡ଼ାରୁ ୨ , ପୁରୀରୁ ୭, ରାୟଗଡ଼ାରୁ ୨, ସମ୍ବଲପୁରରୁ ୮ ଓ ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୧ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୮୮୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୩,୧୩୯ ଜଣ ସୁସ୍ଥ ହୋଇସାରିଛନ୍ତି। ରାଜ୍ୟରେ ଏବେ ଆକ୍ଟିଭ ସଂଖ୍ୟା ୭୮୭ ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
