Advertisment

ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହ ତଳକୁ ଖସିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଗ୍ରାଫ ଏବେ ତଳମୁହାଁ ଥିବା ବେଳେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହ ତଳକୁ ରହିଛି। ରାଜ୍ୟରେ ୫୯୪ ଜଣ  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୧ଟି ହେଉଛି ଲୋକାଲ୍ କେସ୍‌।  ୫୯୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଉପରେ ସର୍ବାଧିକ ୩ଟି ଜିଲ୍ଲାରୁ ଆକ୍ରାନ୍ତ […]

author-image
Niharika Rout
ଅଦ୍ୟତନ ହୋଇଛି
ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହ ତଳକୁ ଖସିଲା

coorona-9

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଗ୍ରାଫ ଏବେ ତଳମୁହାଁ ଥିବା ବେଳେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହ ତଳକୁ ରହିଛି। ରାଜ୍ୟରେ ୫୯୪ ଜଣ  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୧ଟି ହେଉଛି ଲୋକାଲ୍ କେସ୍‌। 

Advertisment

୫୯୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଉପରେ ସର୍ବାଧିକ ୩ଟି ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଅପରପକ୍ଷେ ଗଜପତି ଓ ନବରଙ୍ଗପୁର ଜିଲ୍ଲାରୁ ସର୍ବନିମ୍ନ ଜଣେ ଲେଖା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 

ରାଜ୍ୟରେ ଏଯାବତ୍ ୩,୧୭,୨୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ୩,୦୮,୮୩୯ ଜଣ ସୁସ୍ଥ ହୋଇ ସାରିଲେଣି। ସେହିପରି ୬,୬୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ପ୍ରତିଦିନ ରାଜ୍ୟରେ ୧୦ରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ସଂଖ୍ୟା ୧୭୧୮ରେ ପହଞ୍ଚିଯାଇଛି।  

Advertisment