୨୫ ବର୍ଷର ଯୁବକଙ୍କ ସମେତ ରାଜ୍ୟରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ କରୋନା ୧୩ ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ବରଗଡ଼, ବଲାଙ୍ଗିର, କଟକ ଓ ଗଜପତିରୁ ଜଣେ ଲେଖାଏଁ […]

corona-8-1

Niharika Rout
  • Published: Friday, 18 September 2020
  • , Updated: 18 September 2020, 11:07 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ କରୋନା ୧୩ ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ବରଗଡ଼, ବଲାଙ୍ଗିର, କଟକ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି।

ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାର ଜଣେ ୨୫ ବର୍ଷୀୟ ଯୁବକ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଜଣେ ୩୯ ବର୍ଷୀୟ ଯୁବକ, ଜଣେ   ୪୯ ବର୍ଷୀୟ ବ୍ୟକ୍ତି ମଧ୍ୟ ଆଖି ବୁଜିଛନ୍ତି।

Related story