ରାଜ୍ୟରେ ଆଉ ୨୨୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨,୨୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ ରେ ପହଞ୍ଚିଯାଇଛି। ଏହି ୨,୨୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୮୫୪ଟି ହେଉଛି ଲୋକାଲ୍ କେସ୍‌। Covid-19 Report For 16th August New Positives Cases: 2244 In quarantine: […]

corona

Jitendra Garnayak
  • Published: Monday, 17 August 2020
  • , Updated: 17 August 2020, 01:10 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨,୨୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ ରେ ପହଞ୍ଚିଯାଇଛି।

ଏହି ୨,୨୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୮୫୪ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୨୪୩, କଟକରୁ ୧୯୪, ରାୟଗଡ଼ାରୁ ୧୬୦ ଓ ସୁନ୍ଦରଗଡ଼ରୁ ୧୩୬ ଜଣ ଚିହ୍ନଟ ହୋଇଛନ୍ତି।

୬୨,୨୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୪୨,୨୭୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୯,୬୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଯାଇଛି। ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେମାନେ ଅନ୍ୟାନ୍ୟ କାରଣରୁ ପ୍ରାଣ ହରାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

Related story