ରାଜ୍ୟରେ କରୋନାରେ ଗଲା ଆଉ ୮ ଜୀବନ, କଟକରେ ଅଛନ୍ତି ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ରେ ପହଞ୍ଚିଯାଇଛି। Regret to inform the demise of Eight #COVID19 positive patients while under treatment in hospitals. 1.A 65-year old female of Boudh district. 2.A 50-year old male […]

corona-35-1

corona-35-1

Jitendra Garnayak
  • Published: Tuesday, 15 September 2020
  • Updated: 15 September 2020, 11:44 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ରେ ପହଞ୍ଚିଯାଇଛି।


ଏହି ୮ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୩ ଜଣ ଅଛନ୍ତି। ସେହିପରି ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪ରେ ପହଞ୍ଚି ଯାଇଛି। ଅନ୍ୟପକ୍ଷରେ ବୌଦ୍ଧରେ ପ୍ରଥମ ଥର ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ଓ ସେ ଜଣେ ମହିଳା।

କନ୍ଧମାଳରେ ମୃତ୍ୟୁ ସଂଖ୍ୟା ୧୭ରେ ପହଞ୍ଚିଥିବା ବେଳେ ରାୟଗଡ଼ାରେ ୩୪, ସମ୍ବଲପୁରରେ ୧୭ ଓ ସୋନପୁରରେ ୫ରେ ପହଞ୍ଚିଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଥିବା ବେଳେ ୧,୨୨,୦୨୪ ଜଣ ସୁସ୍ଥ ହୋଇସାରିଲେଣି। ୩୫,୯୨୮ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos