ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା କବଳରେ ଓଡ଼ିଶାର ଆଉ ଜଣେ ମନ୍ତ୍ରୀ। ଏବେ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ପ୍ରଫୁଲ୍ଲ ମଲିକ୍ ସୂଚନା ଦେଇଛନ୍ତି।
ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି, ମୁଁ ନିଜର କୋଭିଡ୍ ଟେଷ୍ଟ କରାଇଥିଲି, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ ମୁଁ ସୁସ୍ଥ ଅଛନ୍ତି ଏବଂ ହସ୍ପିଟାଲରେ ଚିକିତ୍ସାଧୀନ ଅଛି। ମୋ ସଂସ୍ପର୍ଶରେ ଆସିଥିବା ଲୋକେ ଶୀଘ୍ର ନିଜର କୋଭିଡ୍ ଟେଷ୍ଟ କରାଇନେବା ଉଚିତ୍ ବୋଲି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି।
ଶ୍ରୀ ମଲ୍ଲିକଙ୍କ ପୂର୍ବରୁ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତନାରାୟଣ ଜେନା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେହିପରି ସାଂସଦଙ୍କ ମଧ୍ୟରୁ ସୁରେଶ ପୂଜାରୀ (ବରଗଡ଼), ମଞ୍ଜୁଲତା ମଣ୍ଡଳ (ଭଦ୍ରକ), ରମେଶ ମାଝୀ (ନବରଙ୍ଗପୁର)ଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଏମ୍ସର ପୂର୍ବତନ ମୁଖ୍ୟଙ୍କ ବଡ଼ ବୟାନ: HMPV ପାଇଁ କୌଣସି ଆଣ୍ଟିବାୟୋଟିକ୍ସର ଆବଶ୍ୟକ ନାହିଁ
ଏଚଏମପିଭିର ଚିକିତ୍ସା ପାଇଁ କୌଣସି ଆଣ୍ଟିବାୟୋଟିକ୍ସର ଆବଶ୍ୟକ ନାହିଁ। ଲୋକମାନେ ଏହି ଭାଇରସକୁ ମାତ ଦେବା ପାଇଁ ଆବଶ୍ୟକ ମାତ୍ରାର ପାଣି ପିଅନ୍ତୁ ଓ ଅଧିକରୁ ଅଧିକ ପରିମାଣର ପୃଷ୍ଟିକର ଖାଦ୍ୟ ଖାଆନ୍ତୁ।
Health
ରାଜ୍ୟରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି
ଭାରତ ସରକାରଙ୍କ ଯାହା ଗାଇଡଲାଇନ୍ ଆସିବ ପାଳନ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।
Health
‘ଓଡ଼ିଶାରେ ଚିହ୍ନଟ ହୋଇନି ଏଚଏମପିଭି ଭାଇରସ୍, ଥଣ୍ଡାକାଶ ଥିଲେ ପରୀକ୍ଷା କରାନ୍ତୁ’
ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି ଯେ, ଏହି ଭାଇରସ୍ ମୁଖ୍ୟତଃ ୧୪ବର୍ଷ ବୟସରୁ କମ୍ ପିଲାଙ୍କୁ ସଂକ୍ରମିତ କରିଥାଏ । ତା’ଛଡ଼ା ଯେଉଁମାନଙ୍କର ରୋଗପ୍ରତିରୋଧକ ଶକ୍ତି କମ୍ ଥାଏ ଯଥା ଗର୍ଭବତୀ, କ୍ୟାନସର,ଆଜମା ଓ ହୃଦରୋଗରେ ପୀଡ଼ିତ ଥାନ୍ତି ସେମାନେ ଏଥିରେ ସଂକ୍ରମିତ ହେବାର ଆଶଙ୍କା ବେଶୀ ।
Health
ଭାରତରେ ପଶିଲା ଚୀନ୍ ଭାଇରସ୍, ଗୋଟିଏ ଦିନରେ ୩ HMPV ମାମଲା ଚିହ୍ନଟ
ଏହି ଭାଇରସ୍ ଶିଶୁଙ୍କୁ ଅଧିକ ପରିମାଣରେ ଆକ୍ରାନ୍ତ କରୁଛି। ଆଜି ଗୋଟିଏ ଦିନରେ ବେଙ୍ଗାଲୁରୁରେ ୨ ଶିଶୁ ଏବଂ ଅହମ୍ମଦାବାଦରେ ଜଣେ ୨ ମାସର ଶିଶୁ HMPV ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
Health
ଡରାଇଲା ଚାଇନା ଭାଇରସ: ୩ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ, ମାର୍ଗଦର୍ଶିକା ଜାରି
ଦେଶରୁ ୩ଟି ଏଚଏମପିଭି ଆକ୍ରାନ୍ତ ହେବାରୁ ବିଭିନ୍ନ ରାଜ୍ୟ ପକ୍ଷରୁ ସ୍ୱାସ୍ଥ୍ୟଗତ ମାର୍ଗଦର୍ଶିକା ଜାରି କରାଯାଇଛି।