Advertisment

ଅଧା ଜିଲ୍ଲାରୁ ଚିହ୍ନଟ ହୋଇ ନାହାନ୍ତି ଜଣେ ବି ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ତେବେ କୌଣସି ଜିଲ୍ଲାରୁ ଅନୁଗୋଳ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୯, କଟକରୁ ୨, ଦେବଗଡ଼ରୁ ୨, […]

ଅଦ୍ୟତନ ହୋଇଛି
ରାଜ୍ୟରେ ୧୨୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ପୁଣି ଆଗରେ ଖୋର୍ଦ୍ଧା

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

୧୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ତେବେ କୌଣସି ଜିଲ୍ଲାରୁ ଅନୁଗୋଳ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୯, କଟକରୁ ୨, ଦେବଗଡ଼ରୁ ୨, ଯାଜପୁରରୁ ୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ପୁରୀରୁ ୩, ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୯ ଜଣ ଚିହ୍ନଟ ହୋଇଛନ୍ତି।

ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସୋନପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

Advertisment

୫୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୦୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୩,୩୫୧ ଜଣ ସୁସ୍ଥ ହୋଇସାରିଲେଣି। ୭୮୭ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଯୋଗୁ ୧,୯୧୦ ଜଣଙ୍କର ମୃତ୍ୟୁ ଘଟି ସାରିଛି।

Corona Cases In Odisha Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe