corona-121-1
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୧୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୭, କଟକରୁ ୩, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ପୁରୀରୁ ୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୮ ଜଣ ଚିହ୍ନଟ ହୋଇନାହାନ୍ତି।
ଷ୍ଟେଟ୍ ପୁଲ୍ରୁ ୨ ଜଣ ଚିହ୍ନଟ ହୋଛନ୍ତି। ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।
୬୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୨୧୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୨,୨୩୯ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୦୧୩ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଜାନୁଆରୀ ୨୫ ତାରିଖ ପରଠାରୁ ରାଜ୍ୟରେ କରୋନାରେ ଆଉ କାହାରି ମୃତ୍ୟୁ ଘଟିନାହିଁ। କରୋନାରେ ରାଜ୍ୟରେ ଏଯାବତ ୧,୯୦୬ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଜଣଙ୍କର ମୃତ୍ୟୁ ଘଟିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/corona-121-1.jpg)