ଭୁବନେଶ୍ୱର: ଭୁବନେଶ୍ୱରରେ ରବିବାର ଘଟିଥିବା ସିରିଜ ଆଟାକ ଘଟଣାରେ କମିଶନରେଟ୍ ପୋଲିସ୍ ଆଉ ଜଣେ ଅଭିଯୁକ୍ତକୁ କେନ୍ଦ୍ରାପଡ଼ାରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ନାଁ ଆଶିଷ ବେହେରା । ସେ ଜଣେ ଇଞ୍ଜିନିଅରିଂ ଗ୍ରାଜୁଏଟ୍ ବୋଲି ପୋଲିସ କମିଶନର ୱାଇ.ବି. ଖୁରାନିଆ କହିଛନ୍ତି। ଦୁଇ ଜଣଙ୍କ ସହ ମିଶି ଖୁରରେ ଲୋକଙ୍କ ତଣ୍ଟି କାଟି ଲୁଟ୍ କରିବା ପରେ ଆଶିଷ ଫେରାର ଥିଲା।
ଏହା ପୂର୍ବରୁ ଏହି ଘଟଣାରେ ଭୁବନେଶ୍ୱର ଗୌତମ ନଗର ଅଞ୍ଚଳର ଅଭିଯୁକ୍ତ ଅମିତ ମହାପାତ୍ରଙ୍କୁ ପୋଲିସ ଗିରଫ କରିଥିଲା। ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତ ଫେରାର ଅଛି।
ଗତ ରବିବାର ସନ୍ଧ୍ୟାରେ ଏକ ନମ୍ବରବିହୀନ କଳା ପଲ୍ସରରେ ତିନି ଜଣ ଦୁର୍ବୃତ୍ତ ବରମୁଣ୍ଡା-ସିରିପୁର ରାସ୍ତାରେ ଯାଉଥିବା ପଥଚାରୀଙ୍କ ଠାରୁ ଆରମ୍ଭ କରି କାର୍ ଓ ବାଇକ୍ ଆରୋହୀଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଦୁର୍ବୃତ୍ତଙ୍କ ଏହି ଆକ୍ରମଣରେ ୬ଜଣ ଆହତ ହୋଇଥିଲେ। ସେମାନଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।