ଆଗକୁ ଦୀପାବଳି ଆସୁଥିବା ବେଳେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ପୁଲିସ। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ। ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖିଛି।
ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଅର୍ଣ୍ଣପାଳର ଦୈତାରୀ ବେହେରା ଓ କେନ୍ଦୁଆପଦା ଚିନାମାଳୀ ଅଂଚଳର ଦୀନବନ୍ଧୁ ଜେନା ଚୋରାରେ ବାଣ ତିଆରି କରୁଥିବା ବେଳେ ଭଦ୍ରକ ଗ୍ରାମାଞ୍ଚଳ ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା।
Also Read
ଗତକାଲି ପୁଲିସ ଟିମ୍ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ପୁଲିସ ଵିଭିନ୍ନ କିସମର ଵାଣ ଓ ବମ ଜବତ କରିଥିଲା। ଯାହାର ଅନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ। ପୁଲିସ ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

Crime
କେଉଁ ଗୋଟିଏ ଭୁଲ ମୁସ୍କାନ ଓ ସାହିଲକୁ ମହଙ୍ଗା ପଡ଼ିଲା?
ସୌରଭଙ୍କୁ ହତ୍ୟା କରିବା ପରେ ଉଭୟ ଏହାକୁ ୧୫ ଖଣ୍ଡ କରି କାଟି ଦେଇଥିଲେ। ଏହାକୁ ଗୋଟିଏ ପ୍ଲାଷ୍ଟିକ ଡ୍ରମରେ ଭର୍ତ୍ତି କରି ସିମେଣ୍ଟରେ ସିଲ କରି ଦେଇଥିଲେ।

Crime
ମୃତଦେହକୁ ଚିହ୍ନଟ କରିଥିଲେ ବାପା, ଜେଲରେ ୪ ଅଭିଯୁକ୍ତ: କିନ୍ତୁ ଏବେ ସମସ୍ତେ ଚକିତ!
୨୦୨୩ ସେପ୍ଟେମ୍ବର ମାସରରେ ଲଳିତା ଗାନ୍ଧି ସାଗର ଅଞ୍ଚଳରୁ ନିଖୋଜ ହୋଇଯାଇଥିଲେ। କିଛି ଦିନ ପରେ ଗୋଟିଏ ଟ୍ରକ ଦୁର୍ଘଟଣାର ଭିଡିଓ ସାମ୍ନାକୁ ଆସିଥିଲା।

Crime
ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ଖଣ୍ଡଖଣ୍ଡ କରିବା ଘଟଣା: କଳା ଯାଦୁ, ଟଙ୍କା ଟ୍ରାନ୍ସଫର ଓ ପରକୀୟା ପ୍ରୀତି!
ଲଣ୍ଡନରେ କାମ କରୁଥିବା ସୌରଭ ଫେବୃଆରୀ ୨୪ରେ ନିଜର ୬ ବର୍ଷର ଝିଅର ଜନ୍ମ ଦିନ ପାଇଁ ଭାରତ ଆସିଥିଲେ। କିନ୍ତୁ ମାର୍ଚ୍ଚ ୪ରେ ତାଙ୍କୁ ହତ୍ୟା କରାଯାଇଥିଲା।

Crime
ପରକୀୟା ପ୍ରୀତି କଥା ଜାଣି ଦେଲେ ସ୍ୱାମୀ: ପ୍ରେମିକ ସହ ମିଶି ଜୀବନ ନେଇଗଲା ସ୍ତ୍ରୀ
ହତ୍ୟା ପରେ ପ୍ରେମିକ ସହ ମିଶି ମହିଳା ଜଣଙ୍କ ବାଇକରେ କେମିତି ସ୍ୱାମୀଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି ନେଉଥିଲେ ତା’ର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି।